ପ୍ରଶ୍ନ ୧୪
ଆମେ ନିଜ ସମ୍ପତ୍ତିକୁ କିପରି ଠିକ୍ ଭାବେ ବ୍ୟବହାର କରିପାରିବା ?
“ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ୍ ହେବ ନାହିଁ ।”
“ଧନବାନ୍ ଦରିଦ୍ର ଉପରେ କର୍ତ୍ତୃତ୍ୱ କରଇ, ପୁଣି ଋଣୀ ମହାଜନର ଦାସ ହୁଏ ।”
“ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ନିର୍ମାଣ କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ ? କାଳେ ସେ ମୂଳଦୁଆ ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ, ଏ ଲୋକଟା ତୋଳିବାକୁ ଆରମ୍ଭ କରି ଶେଷ କରି ପାରିଲା ନାହିଁ ।”
“ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର ।”